ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ବିୟୋଗରେ ଶୋକ ପ୍ରକାଶ କଲେ : ମୁଖ୍ୟମନ୍ତ୍ରୀ

321
ADVERTISEMENT

ଭୁବନେଶ୍ୱର,୧୮/୮(ଏଜେନସି) : ବରିଷ୍ଠ ସାମ୍ବାଦିକ ତଥା ସମ୍ବାଦ ର ସମ୍ପାଦକୀୟ ପୃଷ୍ଠାର ସମ୍ପାଦକ ରଣଜିତ ଗୁରୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟରରେ ଲେଖିଛନ୍ତି ଯେ ଖବରକାଗଜରେ ନିଜ ସ୍ତମ୍ଭ ‘ଅପ୍ରସଙ୍ଗ’ ମାଧ୍ୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ରଣଜିତ ଗୁରୁ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି |

Advertisement