ଭୁବନେଶ୍ୱର,୨୦/୪(ଡି.ଏଚ ବ୍ୟୁରୋ):-ରାଜ୍ୟରେ କଲବଲ କରୁଛି ତାତି। ରାଜ୍ୟର ୩୦ଟି ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିବାବେଳେ ସେଥିମଧ୍ୟରୁ ୧୧ଟି ସହରର ତାପମାତ୍ରା ୪୩ ଡିଗ୍ରି ଉପରେ ରହିଛି । ଏବଂ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗିରହି ଥିବାବେଳେ ତାହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ରପକ୍ଷରୁ ହିଟ୍ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।

















