ଭୁବନେଶ୍ୱର,୨୮/୪(ଡି.ଏଚ ବ୍ୟୁରୋ):-ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଥିବାବେଳେ ଆଜି ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।


















