ଭୁବନେଶ୍ୱର,o୬/୫(ଡି.ଏଚ ବ୍ୟୁରୋ):-ଆଜି ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି l ଫଳରେ ଏହା ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ l ଏବଂ ଏହା ଧୀରେ ଧୀରେ ଅବପାତ ଓ ଗଭୀର ଅବପାତରେ ପରିଣତ ହେବା ପରେ ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରି ଆସନ୍ତା ୯ ତାରିଖ ବେଳକୁ ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ ହୋଇଛି।


















