ଭୁବନେଶ୍ୱର,୦୯/୫(ଡି.ଏଚ ବ୍ୟୁରୋ):-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଏକ ଅବପାତର ରୂପ ନେବ। ଏହାପରେ ଅବପାତଟି ଆହୁରି ଘନୀଭୂତ ହେଇ ୧୦ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ବାତ୍ୟା ସୃଷ୍ଟି ପରେ ପ୍ରଥମେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ ଓ ୧୧ ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥାନ କରିବ। ଏହାପରେ ଧୀରେ ଧୀରେ ଏହା ଦିଗ ପରିବର୍ତ୍ତନ କରିବ ଓ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ବାଂଲାଦେଶ ଓ ମିଆଁମାର୍ ଉପକୂଳମୁହାଁ ହେବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।