ଭୁବନେଶ୍ୱର,୧୧/୫(ଡି.ଏଚ ବ୍ୟୁରୋ):-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମୋଚା ପ୍ରଥମେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରି ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥାନ କରିବ। ଓ ଧୀରେ ଧୀରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଆସନ୍ତା ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ଉତ୍ତର ମିଆଁମାର୍ ଉପକୂଳମୁହାଁ ହେବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । କିନ୍ତୁ ଓଡ଼ିଶା ସମେତ ପୂର୍ବ ଭାରତ ଉପକୂଳରୁ ଟଳିଲା ବାତ୍ୟାର ଭୟ।

















