Friday, September 25, 2026
ADVERTISEMENT
Home ଆଞ୍ଚଳିକ ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୮୮ ଜଣ ଯାତ୍ରୀ ପ୍ରାଣ ହରାଇଥିବା...

ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୮୮ ଜଣ ଯାତ୍ରୀ ପ୍ରାଣ ହରାଇଥିବା ବେଳେ ୧୦୦୦ରୁ ଅଧିକ ଆହତ ।

269
ADVERTISEMENT

ବାହାନଗା,o୩/୬(ଡି.ଏଚ ବ୍ୟୁରୋ):-ଗତକାଲି ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଷ୍ଟେସନ୍ ପଣପଣାଠାରେ ହାୱଡା ଯାଉଥିବା ଯଶୋବନ୍ତପୁର ସୁପରଫାଷ୍ଟ ଟ୍ରେନର ମାଲଗାଡୀ ସହ ଧକ୍କା ହେବା ଫଳରେ ଦୁଇଟି ବଗି ଲାଇନ୍ଚ୍ୟୁତ ହୋଇଥିଲା l ଏବଂ ଲାଇନ୍ଚ୍ୟୁତ ହେବାର କିଛି ସମୟ ମଧ୍ୟରେ ହାୱଡ଼ାରୁ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ ତା’ ଉପରେ ଚଢ଼ିଯିବାରୁ ୧୭ଟି ବଗି ଓଲଟି ପଡ଼ିଥିଲା । ଏଥିରେ ବର୍ତ୍ତମାନ ସୁଦ୍ଧା ୨୮୮ ଜଣ ଯାତ୍ରୀ ପ୍ରାଣ ହରାଇଥିବା ବେଳେ ୧୦୦୦ରୁ ଅଧିକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି । ଏବଂ ଟ୍ରେନ ବଗିରେ ଏବେ ବି ଅନେକ ସଂଖ୍ୟାରେ ଯାତ୍ରୀ ଚାପି ହୋଇ ରହିଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି। ସେପଟେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏବଂ ରେଳ ମନ୍ତ୍ରୀଙ୍କ ପକ୍ଷରୁ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି।

Advertisement