ନୂଆଦିଲ୍ଲୀ,o୮/୬(ଡି.ଏଚ ବ୍ୟୁରୋ):-ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବାର ସମ୍ଭାବନା ସୃଷ୍ଟି ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ଫଳରେ ଜୁନ୍ ତୃତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶା ପହଞ୍ଚିପାରେ। କିନ୍ତୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ଗ୍ରୀଷ୍ମପ୍ରବାହ ଜାରି ରହିବ।ସହ କେତେକ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୨ ଡିଗ୍ରି ବୃଦ୍ଧି ପାଇବାର ସମ୍ଭାବନା ରହିଛି।