ଗଞ୍ଜାମ,o୯ /୬(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୪୪୧ ଜଣ ଶିକ୍ଷକଶିକ୍ଷୟିତ୍ରୀଙ୍କ ନାମରେ ଜାଲ୍ ଶିକ୍ଷା ପ୍ରମାଣପତ୍ର ଦେଇଥିବା ଅଭିଯୋଗ ହୋଇଥିବାବେଳେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ୯୬ ଜଣ ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା o ୪୭ଜଣ ଚାକିରିରୁ ବହିଷ୍କାର । ସେଭଳି ବାହାର ରାଜ୍ୟର ଜାଲ୍ ଶିକ୍ଷା ପ୍ରମାଣପତ୍ର ଦେଇ ଚାକିରି କରୁଥିବା ପ୍ରାୟ ୨ଶହ ଶିକ୍ଷକଶିକ୍ଷୟିତ୍ରୀଙ୍କ ସାର୍ଟିଫିକେଟ୍ ଯାଞ୍ଚ ପାଇଁ ମଧ୍ୟ ଶିକ୍ଷା ବିଭାଗ ନିକଟରେ ଦାବି କରାଯାଇଛି।