ଭୁବନେଶ୍ୱର,o୬/୭(ଡି.ଏଚ ବ୍ୟୁରୋ):-ଟିକସ ଫାଙ୍କିବା ଅଭିଯୋଗରେ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗର ଚଢ଼ଉ । ସଂସ୍ଥାର ଭୁବନେଶ୍ବର ନୂଆପଲ୍ଲୀସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ସମେତ ୨୩ଟି ସ୍ଥାନରେ ଆୟକର ବିଭାଗର ଚଢ଼ଉ ଜାରିଥିବାବେଳେ ୟୁନିଟ୍-୪ ପୋଷ୍ଟାଲ କଲୋନିରେ ରହୁଥିବା ସଂସ୍ଥାର କର୍ମଚାରୀ ଚନ୍ଦ୍ରଶେଖର ପଣ୍ଡାଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ଜବତ ହୋଇଛି ।ଏବଂ ଡିଏନ୍ ଗ୍ରୁପରର ମାଲିକ ଓ ସହଯୋଗୀଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା ଜାରି ରହିଛି।