
ଭୁବନେଶ୍ୱର,୧୦/୭(ଡି.ଏଚ ବ୍ୟୁରୋ):-ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଫଳରେ ଆସନ୍ତା ୧୧ ତାରିଖରେ ବର୍ଷାର ବିସ୍ତୃତି ପରିମାଣ ବଢିବା ସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି।