ଭୁବନେଶ୍ୱର,୧୫/୭(ଡି.ଏଚ ବ୍ୟୁରୋ):-ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏବଂ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ହୋଇଛି।