ଆଜି ପବିତ୍ର ରକ୍ଷା ବନ୍ଧନ ।

104
ADVERTISEMENT

ବ୍ରହ୍ମପୁର,୩୦/୮(ଡି.ଏଚ୍ ବ୍ୟୁରୋ):-ଆଜି ପବିତ୍ର ରକ୍ଷା ବନ୍ଧନ । ଭାଇର ହାତରେ ସ୍ନେହର ଡୋରୀ ବାନ୍ଧିଥାଏ ଭଉଣୀ। ଭାଇଟିଏ ଭଉଣୀକୁ ପ୍ରତିଶ୍ରୁତି ଦେଇଥାଏ ସବୁ ବିପଦ ଆପଦରୁ ତାକୁ ରକ୍ଷା କରିବାକୁ। ସେଥିପାଇଁ ଭଉଣୀ ଏହି ଦିନଟିକୁ ଖୁବ୍‌ ଉତ୍କଣ୍ଠାର ସହିତ ଅପେକ୍ଷା କରିଥାଏ। କିନ୍ତୁ ଆଜି ଅଗଷ୍ଟ ୩୦ ତାରିଖରେ ପୂରା ଦିନ ଭଦ୍ରା କାଳ ରହିବ । ୩୦ ଅଗଷ୍ଟରେ ପୂର୍ଣ୍ଣିମା ତିଥି ସହ ସକାଳ ୧୦ଟା ୫୯ ମିନିଟରୁ ଭଦ୍ରାକାଳ ଆରମ୍ଭ ହେଉଛି । ଏହି ସମୟରେ ରାକ୍ଷୀ ବାନ୍ଧିବା ଅଶୁଭ ବିବେଚନା କରାଯାଇଥାଏ । ତେବେ ରାତି ୯ଟା ୨ ମିନିଟରେ ଭଦ୍ରାକାଳ ଶେଷ ହେଉଥିବାରୁ ଏହାପରେ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ପାରିବେ। ୩୧ ଅଗଷ୍ଟରେ ବି ଆପଣ ରାକ୍ଷୀ ବାନ୍ଧି ପାରିବେ। ଅଗଷ୍ଟ ୩୧ ସକାଳ ୭ଟା ୫ ମିନିଟ ପର୍ଯ୍ୟନ୍ତ ରାକ୍ଷୀ ବାନ୍ଧି ପାରିବେ ।

Advertisement