ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

148
ADVERTISEMENT

ଭୁବନେଶ୍ୱର,୧୪/୯(ଡି.ଏଚ ବ୍ୟୁରୋ):-ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

Advertisement