କଟକ,୧୬/୯(ଡି.ଏଚ୍ ବ୍ୟୁରୋ):-କଟକ ବାଙ୍କୀରେ ପ୍ରବେଶ କଲା ମହାନଦୀର ବନ୍ୟାଜଳ। ଫଳରେ ରତାଗଡ଼ ଜାତମୁଣ୍ଡିଆ ରାସ୍ତାର ହୁଳୁହୁଳା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବାବେଳେ ବାଙ୍କୀ ବ୍ଲକର ରତାଗଡ଼, ବାଉଁଶପୁଟ, ବନ୍ଦାଳ, ଓସ୍ତିଆ ଭଳି ୪ଟି ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି। ସେପଟେ ଉପରମୁଣ୍ଡ ହୀରାକୁଦରେ ଏବେ ୨୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ଥିବାବେଳେ ମହାନଦୀ ମୁଣ୍ଡଳୀରେ ୬ ଲକ୍ଷ ୩୦ ହଜାର କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି ।