ଭୁବନେଶ୍ୱର,୨୦/୯(ଡି.ଏଚ ବ୍ୟୁରୋ):-ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାଲାଗି ରହିଥିବାବେଳେ ଆସନ୍ତକାଲି ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ଏବଂ କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ବରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।