ବ୍ରହ୍ମପୁର ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ମହିଳାଙ୍କୁ ହତ୍ୟା ।

129
ADVERTISEMENT

ବ୍ରହ୍ମପୁର,୧୨/୧୦(ଡି.ଏଚ ବ୍ୟୁରୋ):-ବ୍ରହ୍ମପୁର ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା ଅଭିଯୋଗ ହୋଇଛି। ସୌଦାମିନୀ କୌଣସି ଏକ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ପଛପଟୁ ଦୁର୍ବୃତ୍ତଜଣକ ମୁଣ୍ଡକୁ ପିଟିପିଟି ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣାସ୍ଥଳରେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା, ଥାନା ଅଧିକାରୀ ସ୍ମୃତିପ୍ରଭା ପ୍ରଧାନ ଓ ତାଙ୍କ ଟିମ୍ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।

Advertisement