ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

40
ADVERTISEMENT

ଭୁବନେଶ୍ୱର,୨୧/୧୦(ଡି.ଏଚ ବ୍ୟୁରୋ):-ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା କlଲି ଏକ ଅବପାତର ରୂପ ନେବ। ଏବଂ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଦିଗ ବଦଳାଇ ଉତ୍ତର-ଉତ୍ତରପୂର୍ବ ଆଡ଼କୁ ଗତି କରି ବାଂଲାଦେଶ ଉପକୂଳରେ ପହଞ୍ଚିବ। କିନ୍ତୁ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବେ ରହିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Advertisement