ଭୁବନେଶ୍ୱର,୨୫/୧୦(ଡି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ହାମୁନ ଏକ ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି । ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶର ଖେପୁପାରା ଓ ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା । ଏବଂ ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବ l କିନ୍ତୁ ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ପଡୁନଥିବାବେଳେ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।