ଭୁବନେଶ୍ୱର,୨୫/୧୦(ଡି.ଏଚ ବ୍ୟୁରୋ):-ଭି.କେ ପାଣ୍ଡିଆନଙ୍କୁ ମିଳିଛି ନୂଆ ନିଯୁକ୍ତି। ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇବେ ଭି.କେ ପାଣ୍ଡିଆନ। ଗତକାଲି ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ବାରା ଅନୁମୋଦିତ ହେବା ପରେ ରାଜ୍ୟ ସରକାର ଭି.କେ ପାଣ୍ଡିଆନଙ୍କୁ ଏହି ନୁଆ ଦାୟିତ୍ବ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି।