Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ନୂଆ ଉପବାଚସ୍ପତି।

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ନୂଆ ଉପବାଚସ୍ପତି।

139
ADVERTISEMENT

ଭୁବନେଶ୍ୱର,୨୧/୧୧(ଡି.ଏଚ ବ୍ୟୁରୋ):-ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ନୂଆ ଉପବାଚସ୍ପତି। ଉପବାଚସ୍ପତି ଭାବେ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନଙ୍କ ନାମ ପ୍ରସ୍ତାବ ରଖିଥିଲେ। ଏହାକୁ ବିଜେପିର ମୁଖ୍ୟ ସଚେତକ ମୋହନ ମାଝୀ ସମର୍ଥନ କରିଥିଲେ। ଠିକ୍ ସେହିପରି କଂଗ୍ରେସ ପକ୍ଷରୁ ବି ତାଙ୍କୁ ସମର୍ଥନ ଦିଆଯାଇଥିଲା। ଏହାପରେ ନୂତନ ଉପବାଚସ୍ପତି ସାଲୁଗା ପ୍ରଧାନ ନିଜର ବକ୍ତବ୍ୟ ରଖି ନିର୍ଦ୍ବନ୍ଦ୍ବରେ ନିର୍ବାଚିତ କରାଯାଇଥିବାରୁ ଉଭୟ ଶାସକ ଓ ବିରୋଧୀ ଦଳର ନେତାଙ୍କୁ କୃତଜ୍ଞତା ଜଣାଇଥିଲେ।

Advertisement