ନୂଆଦିଲ୍ଲୀ,୨୪/୧୧ (ଡି.ଏଚ ବ୍ୟୁରୋ):-ଦିନିକିଆ ବିଶ୍ବକପ ଫାଇନାଲରେ ପରାଜୟ ପରେ ଭାରତୀୟ ଦଳ ଖେଳିଥିବା ପ୍ରଥମ ଟି-୨୦ ମ୍ୟାଚରେ ବିଜୟୀ ହୋଇଛି । ଗତକାଲି ବିଶାଖାପାଟଣାରେ ଖେଳାଯାଇଥିବା ପ୍ରଥମ ଟି୨୦ରେ ଭାରତ ୨ ୱିକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏବଂ ଏହି ବିଜୟ ଭାରତୀୟ କ୍ରିକେଟପ୍ରେମୀଙ୍କୁ ସାମାନ୍ୟ ଆଶ୍ବସ୍ତି ଦେବା ସହ ଭାରତ ୫ ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାରେ ୧-୦ରେ ଆଗୁଆ ରହିଛି।