ଭୁବନେଶ୍ୱର,୨୭/୧୧(ଡି.ଏଚ ବ୍ୟୁରୋ):-ଉତ୍ତର ଥାଇଲାଣ୍ଡ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୯ ତାରିଖ ସୁଦ୍ଧା ଏକ ଅବପାତର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା କାଲି କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହେବାର ସମ୍ଭାବନା ।