ବ୍ରହ୍ମପୁର,୧୭/୧୨(ଇ ରଞ୍ଜନ:-୨ ଦିନିଆ ଗ୍ରସ୍ତରେ ନବୀନ ଓଡିଶା ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ଗଞ୍ଜାମ ଗ୍ରସ୍ତ ସମରଝୋଳ ଠାରୁ ହେଲିପେଡରୁ ଅବତରଣ ପରେ ତାଙ୍କୁ ବିଭିନ୍ନ ସ୍ଥାନରେ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି l ପ୍ରଥମେ ଖମ୍ବେୟା ଦୋରା ଜୁନିଅର ବିଜ୍ଞାନ ମହାବିଦ୍ୟାଳୟ ଗସ୍ତ, ମହାବିଦ୍ୟାଳୟରେ କୋଟି କୋଟି ଟଙ୍କା ରେ ରୂପାନ୍ତର କାର୍ଯ୍ୟ ଠିକ୍ ସମୟରେ ଶେଷ ହୋଇ ଥିବାରୁ ଅଧିକାରୀ ମାନଙ୍କୁ ଉତ୍ସାହିତ କରିଥିଲେ l ପରେ ହିଞ୍ଜିଳିକାଟୁ ଓ ଶେରଗଡରେ ବିଭିନ୍ନ କଲେଜର ଛାତ୍ରଛାତ୍ରୀ ମାନଙ୍କ ସହିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଲେ l ବିଭିନ୍ନ ସ୍ଥାନ ରେ ମିଶନ ଶକ୍ତି ମା ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଦେଲେ ପ୍ରେରଣା l
ଆସନ୍ତା ଏକ ବର୍ଷ ମଧ୍ୟରେ ଶେରଗଡ ଓ ହିଞ୍ଜିଳିକାଟୁରେ ୨୦୭ କୋଟି ଟଙ୍କା ବ୍ୟୟରେ ୧୦୨ଟି ଅତିରିକ୍ତ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ, ଶେରଗଡରେ ୯୦ ପ୍ରତିଶତ ଚାଷଜମି ଓ ହିଞ୍ଜିଳିରେ ୯୯ ପ୍ରତିଶତ ଚାଷ ଜମିକୁ ଜଳସେଚନ ସୁବିଧା l ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ରୂପାନ୍ତରୀକରଣ କାର୍ଯ୍ୟର ଏହି ରୂପାନ୍ତର ଠିକ୍ ସମୟରେ ଶେଷ ହୋଇ ଥିବାରୁ ସେ ଅଧିକାରୀ ମାନଙ୍କୁ ଧନ୍ୟବାଦ୍ ଦେଇଥିଲେ l ଗଞ୍ଜାମ ଜିଲ୍ଲା ରେ ଗ୍ରାମ୍ୟ ଶିଳ୍ପ ପାର୍କ ଠାରେ ମିଶନ୍ ଶକ୍ତି ମା ମାନଙ୍କ ସହିତ ସେମାନଙ୍କ ଜୀବନ ଜୀବିକା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ । ଗ୍ରାମ୍ୟ ଶିଳ୍ପ ପାର୍କର ରଣନୀତି ଓ ବିଭିନ୍ନ ସମସ୍ୟାର ସମାଧାନ କରି ଗ୍ରାମାଞ୍ଚଳରେ ବଜାର ଦ୍ବାରା ପରିଚାଳିତ ଜୀବିକା ସୁଯୋଗ ସମ୍ପର୍କରେ ସେ ଆଲୋଚନା କରିଥିଲେ l ଜିଲ୍ଲା ରେ ଉଦ୍ୟୋଗୀ ମାନଙ୍କୁ ନେଇ ଶିଳ୍ପ ସୃଷ୍ଟି କରିବା ସହ ଚାକିରୀ ସୁଯୋଗ ସୃଷ୍ଟି କରି ରାଜ୍ୟର ଅର୍ଥ ନୈତିକ ଉନ୍ନତିର ବିକାଶ ଧାରା କିଭଳି ବୃଦ୍ଧି ହେବ ସେଥି ନିମନ୍ତେ ଉଦ୍ଦିଷ୍ଟ ଗ୍ରାମ୍ୟ ଶିଳ୍ପ ନିମନ୍ତେ ପ୍ରୋତ୍ସାହିତ କରିଥିଲେ । ପୋଷାକ ତିଆରି କରିବା ୟୁନିଟ୍, ବଫେ କପ୍ ପ୍ଲେଟ୍ ପ୍ରସ୍ତୁତ ୟୁନିଟ୍, ଫୁଲଚାଷ, ବିୟୁଟି ପାର୍ଲର, ମକା ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍, ତୈଳ ଉତ୍ପାଦନ ୟୁନିଟ୍, ବେକରି ୟୁନିଟ୍, ଜୋତା ପ୍ରସ୍ତୁତ ୟୁନିଟ୍ ର କାର୍ଯ୍ୟରତ ସଭ୍ୟା ଏବଂ ଏହି କାର୍ଯ୍ୟରେ ଯୋଡି ହେବାକୁ ଯାଉଥିବା ସଭ୍ୟା ମାନଙ୍କ ସହିତ ଆଲୋଚନା କରିଥିଲେ lସମୁଦାୟ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହାଦ୍ଵାରା ଶେରଗଡ ବ୍ଲକର ପ୍ରାୟ ୧୦ ହଜାର ଚାଷୀ ହେକ୍ଟର, କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୧୧୦ ହେକ୍ଟର ଓ ଉଠା ଜଳସେଚନ ମାଧ୍ୟମରେ ୨୯୨ ହେକ୍ଟର ଏହିପରି ମୋଟ ଶତକଡା ୯୯.୫୦ ଭାଗ ଅଂଶରେ ଜଳସେଚନ ଯୋଗାଇ ଦେବାପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଥିବା ଶ୍ରୀ ପାଣ୍ଡିଆନ କହିଥିଲେ। ଏଥି ନିମନ୍ତେ ୨୦.୪୫ କୋଟି ବ୍ୟୟ କରାଯାଇ ମୋଟ ୧୩ ଗୋଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ୩୭ଟି ପ୍ରକଳ୍ପ ଜରିଆରେ ଲକ୍ଷ୍ୟ ହାସଲ କରାଯିବ । ଏହା ଦ୍ଵାରା ହିଞ୍ଜିଳି ବ୍ଲକର ପ୍ରାୟ ୨୦୦୦ ଚାଷୀ ଉପକୃତ ହେବେ।
ଏହି କାର୍ଯ୍ୟ ଯେଭଳି ଉନ୍ନତ ମାନର ହେବ ଏବଂ ନିର୍ଦ୍ଧାରିତ ସମୟରେ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଉଭୟ ବ୍ଲକ୍ରେ ୨୦୭ କୋଟି ଟଙ୍କା ବ୍ୟୟରେ ୧୦୨ଟି ଜଳସେଚନା ପ୍ରକଳ୍ପ କରାଯିବ ବୋଲି ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି। ରଙ୍ଗୁଣୀ ପାଲି ଗ୍ରାମ୍ୟ ଛକ, ବଡଖଣ୍ଡି ଆବାସ କଲୋନୀ ଛକ, ସମରଝୋଳ କାଳୀ ମନ୍ଦିର ଛକ, କୁକୁଡାଖଣ୍ଡି ଛକ, ଫାଷ୍ଟ ଗେଟ୍ ଛକ, ବିଜୁ ପଟ୍ଟନାୟକ ପାର୍କ ଠାରେ ବିପୁଳ ସ୍ଥାନୀୟ ଜନ ସାଧାରଣ ଓ ଲୋକ ପ୍ରତିନିଧି ଶ୍ରୀ ପାଣ୍ଡିଆନଙ୍କ ଏହି ଗସ୍ତକୁ ସ୍ବାଗତ ଜଣାଇବା ସହିତ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଶ୍ରୀ ପାଣ୍ଡିଆନ୍ ବ୍ରହ୍ମପୁର ଠାରେ ଅବସ୍ଥିତ ମା’ ବୁଢୀ ଠାକୁରାଣୀ ମନ୍ଦିର ଗସ୍ତ କରିଥିଲେ । ଓଡିଶା ସରକାରଙ୍କ ସ୍ଥାପତ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ମା’ ବୁଢୀ ଠାକୁରାଣୀ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ସକାଶେ ୧୮.୯୧ କୋଟି ବ୍ୟୟରେ ମନ୍ଦିର ରେଖା ଦେଉଳ ଶୈଳୀରେ, ତିନିପାର୍ଶ୍ବ ମନ୍ଦିର ପିଢା ଦେଉଳ ଶୈଳୀରେ ନିର୍ମାଣ ହେବାକୁ ଥିବା କାର୍ଯ୍ୟ ଏବଂ ମୁଖ୍ୟ ଫାଟକର ନିର୍ମାଣ, ପୂଜାରୀ କକ୍ଷ, ଦୋକାନ ଗୃହ, ବହୁବିଧ ଗୃହର ନିର୍ମାଣ ସହିତ ପାରିପାର୍ଶ୍ବିକ ଉନ୍ନତି କିଭଳି କରାଯିବା ସହ ରବିବାର ସକାଳୁ ବ୍ରହ୍ମପୁର ନିକଟରେ ଥିବା ନୂତନ କୁସୁମି ଦେଇ ରତ୍ନପୁର ଭାୟା ଜଗନ୍ନାଥପୁର ରିଂ ରୋଡ଼ ସମୀକ୍ଷା କରିଛନ୍ତି ଏହି କାର୍ଯ୍ୟ ଯଥାଶୀଘ୍ର ତ୍ବରାନ୍ବୀତ କରିବା ପାଇଁ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ l ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଏହି ଗସ୍ତ ସମୟରେ ବହୁ ଲୋକ ପ୍ରତିନିଧି , ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଗଞ୍ଜାମ ଏବଂ ବ୍ରହ୍ମପୁର ଏସପି ଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଓ ସଂପୃକ୍ତ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।