ଭୁବନେଶ୍ୱର,୦୪/୨(ଡି.ଏଚ ବ୍ୟୁରୋ):-ଆସନ୍ତା ୨୦ରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା । ପରୀକ୍ଷାର୍ଥୀମାନେ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ କେନ୍ଦ୍ରକୁ ପ୍ରବେଶ କରିବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୭ଟା୩୦ରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡ଼ାଯିବ। ୮ଟା ୧୫ ମିନିଟ୍ ପରେ ଆଉ କାହାକୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସୂଚନା ।