ଦାରିଙ୍ଗବାଡ଼ି,୦୮/୧୨(ଡି.ଏଚ୍.ବ୍ୟୁରୋ):-କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅଧୀନ ସିମନବାଡ଼ି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଆଜି ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି । ଏବଂ ଚିକିତ୍ସା ପରେ ୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୮ଜଣ ଅସୁସ୍ଥ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଜାରି ରହିଛି।