ଭୁବନେଶ୍ୱର,୨୯/୧୨(ଡି.ଏଚ୍.ବ୍ୟୁରୋ):-ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଲୋକସେବା ଭବନରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଜଣେ ବି କ୍ଷତିଗ୍ରସ୍ତ ଚାଷୀ ଯେପରି ସହାୟତାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ଧ୍ୟାନ ଦେବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେବା ସହ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ଠିକ ଆକଳନ କରି ପ୍ରକୃତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ ପାଇଁ ନିର୍ଦେଶ ଦେଇଛନ୍ତି।