ଘଟଗାଁ,୦୯/୪(ଡ଼ି.ଏଚ ବ୍ୟୁରୋ):-ଆଜି ଠାରୁ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରିଣୀଙ୍କ ୮୯ ତମ ବିଶ୍ଵ ପ୍ରସିଦ୍ଧ ଚଇତି ପର୍ବ ଆରମ୍ଭ ହୋଇଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା ତାରିଣୀ । ମାଙ୍କ ସୁନାବେଶକୁ ଦର୍ଶନ କରିବା ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିବାବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।