ବାଲେଶ୍ୱର ଏଫଏମ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ।

61
ADVERTISEMENT

ବାଲେଶ୍ୱର,୧୫/୭(ଡ଼ି.ଏଚ ବ୍ୟୁରୋ):-ବାଲେଶ୍ୱର ଏଫଏମ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ।ଫଳରେ ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି ରାଜନୈତିକ ଦଳ। ଏହି ସମୟରେ ସ୍କୁଲ, କଲେଜ ଓ ଦୋକାନ ବଜାର ବନ୍ଦ ରହିବl ସହ ବସ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ଏବଂ ବାଲେଶ୍ବରରେ ଉଭୟ ବିଜେଡି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବା ସହ ଏଫଏମ କଲେଜ ସାମ୍ନାରେ ଧାରଣା, ନାରାବାଜି କରି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି । ସେପଟେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ କରିବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି । ଏବଂ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

Advertisement