ଜୟପୁର,୨୫/୭(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ l ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ତାଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ଥିବାବେଳେ ତାଙ୍କ ଘର ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ଉଦ୍ଧାର ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ୱର ରଘୁନାଥପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ ହୋଇଛି ।

















