ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

57
ADVERTISEMENT

ଭୁବନେଶ୍ୱର,୩୧/୭(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି l ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

Advertisement