ଭୁବନେଶ୍ୱର,୧୧/୮(ଡ଼ି.ଏଚ ବ୍ୟୁରୋ):-ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି l ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୨ତାରିଖରୁ ତିନିଦିନ ଧରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବା ସହ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
















