ଭୁବନେଶ୍ୱର(ଡ଼ି.ଏଚ ବ୍ୟୁରୋ):-ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାବେଳେ ସୁବର୍ଣ୍ଣରେଖା ଜାମଶୋଳାଘାଟରେ ବିପଦ ସଙ୍କେତ ଟପିଛି। ବ୍ରାହ୍ମଣୀ ପାନପୋଷ ପାଖରେ ବିପଦ ସଙ୍କେତ ନିକଟତର ହୋଇଥିବାବେଳ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଈଛି।



















