ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ।

68
ADVERTISEMENT

ଭୁବନେଶ୍ୱର,୨୫/୮(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ୨୯ ତାରିଖ ଯାଏ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି । ଆଜି କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏବଂ ଆସନ୍ତାକାଲି କନ୍ଧମାଳ ଗଜପତି, ଗଞ୍ଜାମ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ ଓ କେନ୍ଦୁଝରରେ ଭାରୀ ବର୍ଷା ଆଶଙ୍କା ଅଛି ।

Advertisement