Tuesday, September 1, 2026
ADVERTISEMENT
Home ଆଞ୍ଚଳିକ ବ୍ରହ୍ମପୁର ବ୍ରହ୍ମାନଗରର ଜଣାଶୁଣା ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ।

ବ୍ରହ୍ମପୁର ବ୍ରହ୍ମାନଗରର ଜଣାଶୁଣା ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା ।

91
ADVERTISEMENT

ବ୍ରହ୍ମପୁର୦୭/୧୦(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ବ୍ରହ୍ମାନଗରର ଜଣାଶୁଣା ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା । ସେ ବ୍ରହ୍ମାନଗରସ୍ଥିତ ତାଙ୍କ ଘର ପାଖରେ ଛିଡ଼ା ହୋଇଥିବାବେଳେ ୨ ଅଜଣା ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଅତର୍କିତ ଭାବରେ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲେବି, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ଗୁଳିକାଣ୍ଡର କାରଣ ଜଣାପଡ଼ିନଥିବାବେଳେ, ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

Advertisement