ନୂଆଦିଲ୍ଲୀ,୧୧/୧୧(ଡ଼ି.ଏଚ ବ୍ୟୁରୋ):-ଦିଲ୍ଲୀ ଲାଲକିଲ୍ଲା ନିକଟରେ ବିସ୍ଫୋରଣ l ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ୨୪ ଜଣ ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି। ଫଳରେ ଦିଲ୍ଲୀ,ହରିୟାଣା ଏବଂ ମୁମ୍ବଇରେ ହାଇଆଲର୍ଟ ଜାରି କରାଯାଇଛି।ଏବଂ ପୁଲିସ ଘଟଣାର ତଦନ୍ତ ଚଳାଇଛି। ଅନ୍ୟପଟେ ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ।



















