ଭଦ୍ରକ,୨୨/୧୧(ଡ଼ି.ଏଚ ବ୍ୟୁରୋ):-ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚି ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ନିକଟସ୍ଥ ମଠ ପରିଦର୍ଶନ କରିଥିଲେ। ଏବଂ ଧାମନଗରର ବିକାଶ ପାଇଁ ପ୍ରାୟ ୧୦୧ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

















