ଭିଜିଲାନ୍ସ ଜାଲରେ ଆନନ୍ଦପୁର ହାଟଡ଼ିହି ବ୍ଲକ୍ ପିଇଓ ଜିତେନ୍ଦ୍ର ଜେନା ଓ କଟକ ଜିଲ୍ଲା ବାରଙ୍ଗର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡା ।

34
ADVERTISEMENT

ଭୁବନେଶ୍ୱର,୩୦/୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଆନନ୍ଦପୁର ହାଟଡ଼ିହି ବ୍ଲକ୍ ପିଇଓ ଜିତେନ୍ଦ୍ର ଜେନା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଓ ବାଲେଶ୍ୱରର ଭିଜିଲାନ୍ସ ଟିମ ମିଳିତଭାବେ ତାଙ୍କ ବସନ୍ତିଆସ୍ଥିତ ଘର ଓ ବ୍ୟବସାୟ ପ୍ରତିଷ୍ଠାନ ସମେତ ୬ଟି ସ୍ଥାନରେ ଚଢାଉ ଜାରି ରହିଛି । ସେହିଭଳି ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ବାରଙ୍ଗର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ତାଙ୍କ ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା , ବଡ଼ଗଡ଼ ବ୍ରିଟ୍ କଲୋନୀରେ ୩ ମହଲା ଓ ଖୋର୍ଦ୍ଧାର ସାନପଲ୍ଲାରେ ୨ ମହଲା କୋଠା ଠାବ କରି ଚଢାଉ ଜାରି ରଖିଛି।

Advertisement