ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ।

3
ADVERTISEMENT

ଭୁବନେଶ୍ୱର,୦୮/୧(ଡ଼ି.ଏଚ ବ୍ୟୁରୋ):-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରି ରାଜ୍ୟର ୩୦ ଜିଲ୍ଲାରେ ୧୧୮ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏବଂ ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ କରିବା ପାଇଁ ପ୍ରାୟ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଏକାମ୍ର ଭୁବନେଶ୍ବର ବିଧାୟକ ବାବୁ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ, ଖୋର୍ଦ୍ଧା ଜିଲ୍ଲାପାଳ ଉପସ୍ଥିତ ଥିଲେ ।

Advertisement