ଭୁବନେଶ୍ଵର,୦୨/୨(ଡ଼ି.ଏଚ ବ୍ୟୁରୋ):-ଆଜିଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। ଫଳରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତ୍ରୁଟିଶୂନ୍ୟ ଏବଂ କଡ଼ା ସୁରକ୍ଷା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।


















