ଭୁବନେଶ୍ୱର,୧୯/୦୩(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ମାଲକାନଗିରି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେହିଭଳି ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।


















