ବ୍ରହ୍ମପୁର,୧।୪(ଡ଼ି.ଏଚ ବ୍ୟୁରୋ):-ଆଜି ୯୦ ତମ ଉତ୍କଳ ଦିବସ । ୧୯୩୬ ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଏବଂ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ। ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରିବl ସହ ପାଳନ କରୁଛି ଉତ୍କଳ ଦିବସ । ଯାହା ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।

















