ଭୁବନେଶ୍ୱର,୨।୪(ଡ଼ି.ଏଚ ବ୍ୟୁରୋ):-ଆଜି ରାଜ୍ୟର ପ୍ରମୁଖ ସମବାୟବିତ୍ ଏବଂ ନେତୃବୃନ୍ଦ ବିଜେପିର ନୀତି ଓ ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ସମସ୍ତଙ୍କୁ ଦଳୀୟ ଟୋପି ଓ ଉତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ।


















