Thursday, August 13, 2026
ADVERTISEMENT
Home ଆଞ୍ଚଳିକ ୩୬ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

୩୬ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

27
ADVERTISEMENT

ଭୁବନେଶ୍ୱର ,୦୯।୪(ଡ଼ି.ଏଚ ବ୍ୟୁରୋ):-ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୨୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥବା ବେଳେ ୧୧ ଟି ପ୍ରକଳ୍ପର ଉଦ୍ଘାଟନ କରାଯାଇଛି। ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ, ବେଗୁନିଆ ବିଧାୟକ ଶ୍ରୀ ପ୍ରଦୀପ କୁମାର ସାହୁ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଆଦାନୀ ପୋର୍ଟସ୍ ଏଣ୍ଡ୍ SEZ ର ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଶ୍ରୀ କରନ୍ ଆଦାନୀ ଏବଂ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଉପସ୍ଥିତ ଥିଲେ। ଏହା ସହିତ ଆଜି ଶିଳାନ୍ୟାସ ଓ ଉଦ୍ଘାଟନ ହେଉଥିବା ବିଭିନ୍ନ କମ୍ପାନୀର ପ୍ରତିନିଧିମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ।

Advertisement