ବ୍ରହ୍ମପୁର,୨୧।୦୪(ଡ଼ି.ଏଚ ବ୍ୟୁରୋ):-ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରଛାତ୍ରୀଙ୍କ ପାଇଁ ବନ୍ଦ ରହିବ । ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ ହେବ । ତେବେ, ବିଦ୍ୟାଳୟର ପ୍ରଶାସନିକ କାର୍ଯ୍ୟ ଏବଂ ଅନ୍ୟାନ୍ୟ ଜରୁରୀ କାମ ଚାଲୁ ରହିବ l


















