Thursday, August 13, 2026
ADVERTISEMENT
Home ଆଞ୍ଚଳିକ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

22
ADVERTISEMENT

ଭୁବନେଶ୍ୱର,୨୨।୦୪(ଡ଼ି.ଏଚ ବ୍ୟୁରୋ):-ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ସ୍ବେଚ୍ଛାସେବୀ ସଙ୍ଗଠନ ‘ସ୍ପିଡ’ ଆନୁକୁଲ୍ୟରେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏଥିରେ ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ କର୍ତ୍ତା ଭାବେ କନ୍ୟାଦାନ କରିଥିbabele ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି, ଶାସକ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ପଦ୍ମ ଲୋଚନ ପଣ୍ଡା, ବସ୍ତା ବିଧାୟିକା ସୁବାସିନୀ ଜେନା, ଜିଲ୍ଲାପରିଷଦ ସଭାପତି ନାରାୟଣ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ଭଦ୍ରକ ଜିଲ୍ଲା ସହିଦ ସ୍ମୃତି ଭବନଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨୫ ଯୋଡ଼ା ବରକନ୍ୟାଙ୍କ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାଏଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ବିବାହ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇ ବର କନ୍ୟାଙ୍କୁ ଆଶୀର୍ବାଦ କରିଥିଲେ।

Advertisement