ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦୁଇ ଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି।

2
ADVERTISEMENT

ବ୍ରହ୍ମପୁର,୨୫।୦୪ (ଡ଼ି.ଏଚ ବ୍ୟୁରୋ):- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗତକାଲି ଠାରୁ ଦୁଇ ଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମ ଦିନରେ ଗଞ୍ଜାମ ଜିଲ୍ଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି ବିଭାଗ ଓ ପର୍ଯ୍ୟଟନ ବିଭାଗର ଜିଲ୍ଲା ସ୍ତରୀୟ ସମୀକ୍ଷା କରିଛନ୍ତିl ଏବଂ ଆଜି ଗୋପାଳପୁର, ସୋନାପୁର ବିଚ ଓ ତମ୍ପରା ବୁଲି ସେଠାରେ ଉନ୍ନତି କାର୍ଯ୍ୟର ତଦାରଖ କରିବେ।

Advertisement