ଭୁବନେଶ୍ୱର ୧୪।୦୫(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଆସନ୍ତା ୧୭ ତାରିଖ ଯାଏ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି ।


















