ଭୁବନେଶ୍ୱର,୨୧।୫(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ଵର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟ ମନ୍ତ୍ରିମଣ୍ଡଳର ୪୦ ତମ ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି l ଏହି ବୈଠକରେ ୭ ଟି ବିଭାଗର ୧୦ ଟି ପ୍ରସ୍ତାବକୁ ଆଲୋଚନା ପୂର୍ବକ ଅନୁମୋଦନ ମିଳିଥିବା ନେଇ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ ସୂଚନା ଦେଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ୧ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧ଟି, ଆଇନ ବିଭାଗର ୩ଟି, ଶକ୍ତି ବିଭାଗର ୨ଟି, ଏହିପରି ମୋଟ ୬ଟି ବିଭାଗର ୧୦ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଗୋଟିଏ ପ୍ରସ୍ତାବ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ସମ୍ପର୍କିତ ଥିଲା l
















