ଭୁବନେଶ୍ୱର,୨୮|୦୬(ଡ଼ି.ଏଚ ବ୍ୟୁରୋ):-ଆସନ୍ତା ଜୁଲାଇ ୨ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି (CEC) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
















